ବାଲେଶ୍ୱର FM କଲେଜ ଛାତ୍ରୀଙ୍କ ଆତ୍ମହୃତି ଘଟଣା ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ

ନୂଆପଡା 14.7.(ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ )ନୂଆପଡ଼ା ଜିଲା ଖଡ଼ିଆଳ ଥାନା ସମ୍ମୁଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆତ୍ମହୃତି କରିଥିବା ଛାତ୍ରୀଙ୍କ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟ ସରକାର ଛାତ୍ରୀଙ୍କ ସୁରକ୍ଷା ଯୋଗାଇଦେବାରେ ସମ୍ପୂର୍ଣ ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି।ଘଟଣାରେ ସମ୍ପୃକ୍ତ FM କଲେଜ ଅଧ୍ୟକ୍ଷ ସମେତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡିତ ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରିବାକୁ କଂଗ୍ରେସ ଦାବି କରିଛି। ଏଥିସହ କଂଗ୍ରେସ ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଜ୍ୟବଂଶୀ ସୁରଜଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି । ପରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି ।

Leave a Reply

Your email address will not be published. Required fields are marked *

error: Content is protected !!