ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ପୂର୍ବ ପ୍ରସ୍ତୁତି ବୈଠକ..!!!

ବଲାଙ୍ଗିର ୨୫ /୦୭ ଆଜି ଅପରାହ୍ନ ରେ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଗାମୀ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପୂର୍ବ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ ଙ୍କ ଅଧ୍ୟକ୍ଷ୍ୟତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ, ନିର୍ବାହୀ ଅଧିକାରୀ, ପୌରପରିଷଦ ସନ୍ତୋଷ କୁମାର ବେହେରା, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଏଡିଇଓ ରିନା କୁମାରୀ ବେହେରା, ଏସଡିଓ ଜନସ୍ୱାସ୍ଥ୍ୟ ବିଭାଗ ଇଂ ରାଜେଶ କୁମାର ବେହେରା, ଅତିରିକ୍ତ ପରିବହନ ଅଧିକାରୀ କିଶୋର କୁମାର ଦେ, ଏସଡିପିଓ ସରୋଜ କୁମାର ଉପଧ୍ୟାୟ, ଆରଆଇ, ପୋଲିସ ପ୍ରଦୀପ୍ତ କୁମାର ଦେବତା, ଅଗ୍ନିଶମ ଅଧିକାରୀ ତେଜ କୁମାର ଏକ୍କା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି ,ବୁଦ୍ଧିଜୀବୀ ,

ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର କର୍ମକର୍ତ୍ତା ଓ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ କୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ତା.୧୫.୦୮.୨୦୨୫ରିଖ ସ୍ଵାଧୀନତା ଦିବସ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ ,ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି ,ସକାଳ ଘ.୭.୦୦ମି ରୁ ଘ.୮.୦୦ମି ମଧ୍ୟରେ ସରକାରୀ ,ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ,ସକାଳ ଘ.୭.୩୦ମି ରୁ ଘ.୭.୪୫ମି ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଏବଂ ସକାଳ ଘ.୦୯.୧୫ମି ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆ ରେ ଆନୁଷ୍ଠାନିକ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ଘ.୦୯.୧୫ମି ସମୟରେ ଆନୁଷ୍ଠାନିକ ଉତ୍ସବ ରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡ ରେ ସଶସ୍ତ୍ର ପୋଲିସ ବାହିନୀ, ଓଡ୍ରାଫ, ଗୃହ ରକ୍ଷୀ ବାହିନୀ,ପୋଲିସ କଲର ପାର୍ଟିଙ୍କ ସମେତ ବିଭିନ୍ନ ଶିକ୍ଷା ଅନୁଷ୍ଠାନରଏନସିସି ,ସ୍କାଉଟ ,ଗାଇଡ ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶ ଗ୍ରହଣ କରିବେ । ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ,ହିନ୍ଦୀ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଗୁଡିକ ଆଗାମୀ ଅଗଷ୍ଟ ୧ ତାରିଖ ଠାରୁ ୦୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଏତଦବ୍ୟତୀତ

ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଉଚ୍ଚ ମାଧ୍ୟମିକ ଶିକ୍ଷା, ମାଧ୍ୟମିକ ଶିକ୍ଷା ପରିଷଦ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ସ୍ନାକତର ରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ତଥା ବିଭିନ୍ନ କ୍ଷେତ୍ର ରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରି ବଲାଙ୍ଗିର ଜିଲ୍ଲା କୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାର ର ଅନ୍ତେବାସୀ ,ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ରେ ଚିକିତ୍ସାଧୀନ ରୋଗୀ ଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପାର୍ବତୀଗିରି ବାଳ ନିକେତନ, ପଥରଚେପା, ହରେକୃଷ୍ଣ ମହତାବ ମାନସିକ ଅନଗ୍ରସର ସଂସ୍ଥାନ, ଉତ୍କଳବନ୍ଧୁ ସେବା ଶ୍ରମ, ତୁଲସୀନଗର ଓ ଡେଷ୍ଟିଚ୍ୟୁଟ ହୋମର ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀ ଙ୍କୁ ବସ୍ତ୍ର ବଣ୍ଟନ କରାଯିବ । ଅପରାହ୍ନ ଘ. ୦୪.୦୦ମି ସମୟରେ ସ୍ଥାନୀୟ ମିଶନ ପଡିଆ ଠାରେ ଜିଲ୍ଲା ପ୍ରଶାସନ ଏକାଦଶ ବନାମ ଜିଲ୍ଲା ଗଣମାଧ୍ୟମ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମାଝୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ପୁରୁଷୋତ୍ତମ ମୁନା, କେଶବ ବାଗ ଓ ସୁରେଶ ଚନ୍ଦ୍ର ପଟେଲ ପ୍ରମୁଖ ସହଯୋଗ କରିଥିଲେ ।

(ବଲାଙ୍ଗିର ଜିଲ୍ଲାରୁ ଗଣେଶ ଦାସଙ୍କ ରିପୋର୍ଟ )

Leave a Reply

Your email address will not be published. Required fields are marked *

error: Content is protected !!